ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଶିମିଳିପାଳରୁ ଧରାପଡିଲେ ୫ ତସ୍କରୀ: ବନ୍ୟଜନ୍ତୁଙ୍କ ଜୀବାଂଶ ସହ ବନ୍ଧୁକ ଓ ମୋବାଇଲ ଜବତ

6/02/2023 at 2:52 PM

ବାରିପଦା ୦୬/୦୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପ ନିର୍ଦ୍ଦେଶକ ଓ ବାରିପଦା ବନଖଣ୍ଡ ଅଧିକାରୀଙ୍କ ମିଳିତ ଚଢ଼ାଉ । ୫ ବନ୍ୟପ୍ରାଣୀ ତସ୍କରଙ୍କୁ ବାରିପଦା ସଦର ଥାନା ପୋଲିସ ପାଇକବସା ଗ୍ରାମରୁ ଗିରଫ କରିଛି । ସେମାନେ ହେଲେ ରାଇରଙ୍ଗପୁର ସଦର ଥାନା ଅନ୍ତର୍ଗତ କରକଚିଆ ଗ୍ରାମର ସୁନ୍ଦର ମୋହନ, ବେତନଟୀ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର ରାମ ବିନ୍ଧାଣି, ବାରିପଦା ସଦର ଥାନା ଅନ୍ତର୍ଗତ ଲାଲଗଞ୍ଜ ଗ୍ରାମର ବୁଦ୍ଧିରାମ ସିଂ ଓ ଜିତେନ ଶ୍ୟାମ ସିଂ ଏବଂ ପାଇକବସା ଗ୍ରାମର ସୁନାରାମ ବାରିକ ଅଟନ୍ତି ।

ଏହି ଅଭିଯୁକ୍ତ ମାନଙ୍କ ପାଖରୁ ମୃତ ହାତୀର ହାଡ଼ କଇଁଛ ଖୋଳପା ଓ ବିଭିନ୍ନ ବନ୍ୟ ପ୍ରାଣୀଙ୍କ ହାଡ଼ ସହିତ ଦୁଇ ଗୋଟି ଦେଶୀ ବନ୍ଧୁକ ଓ ଦୁଇଟି ମୋବାଇଲ ଫୋନ ଜବତ କରାଯାଇଛି । ଝାରପୋଖରୀଆ ଥାନା ଅନ୍ତର୍ଗତ ଜଳଡିଙ୍ଗାର ଟାୱାର ଢ଼ାବାରୁ କିଛି ଦିନ ପୂର୍ବରୁ କଲରାପତରିଆ ବାଘର ଛାଲ ଜବତ ଘଟଣା ଓ ଜେନାବିଲ ରେଞ୍ଜର ଗୋରାଣ୍ଡି ବିଟରେ ହାତୀ ଶିକାର ପରେ ପ୍ରମାଣ ନଷ୍ଟ କରିବା ଘଟଣା ହୋଇଥିଲା । ଉକ୍ତ ଦୁଇ ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ପଚରାଉଚରା ପରେ ମିଳିଥିବା ଲିଙ୍କ ଅନୁଯାୟୀ ବନ ବିଭାଗ ତଦନ୍ତ କରିଥିଲା ।

ସୂଚନା ଅନୁଯାୟୀ ସୁନାରାମଙ୍କ ଘରେ ଏ ଗୁଡିକକୁ ଚୋରା ବ୍ୟବସାୟୀ ପାଇଁ ମୂଳଚାଲ ଚାଲିଥିବା ବେଳେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଉଭୟ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ସମସ୍ତ ୫ଜଣଙ୍କ ନାମରେ ବନ୍ୟାପ୍ରାଣୀ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି । ପୂର୍ବରୁ ଉକ୍ତ ତସ୍କର ମାନେ ସମାନ ଘଟଣାରେ ସଂପୃକ୍ତ ଥାଇ ଜେଲ ଯାଇଥିଲେ । ଏନେଇ ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

   Related Posts