ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ, ସ୍ଥିତି ଅନୁଧ୍ୟାନ କଲେ 5-T ସଚିବ

Published By : Prameya-News7 Bureau | August 10, 2022 IST

ଭୁବନେଶ୍ୱର ୧୦/୦୮: ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ Traffic ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦେଶରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଆଜି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ ।

wp:gallery {"linkTo":"none"} /wp:gallery

ରସୁଲଗଡ ଚ୍ଛକ, ଓ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ । ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଶ୍ରୀ ଭିଭି ଯାଦବ, BMC କମିଶନର ଶ୍ରୀ କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.