oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ସରକାରୀ ଚାକିରିର ୭ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦% ବର୍ଦ୍ଧିତ ପେନସନ

23/09/2019 at 8:16 PM

ନୂଆଦିଲ୍ଲୀ – କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ ଅନୁଯାୟୀ କର୍ତବ୍ୟରତ ଥିବା ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ପାରିବାରିକ ପେନସନ ଦିଆଯାଇଥାଏ। ସରକାରୀ ଚାକିରିରେ ସର୍ବନିମ୍ନ ୭ ବର୍ଷ ପୂରଣ କରିଥିଲେ ପାରିବାରିକ ପେନସନ ଶେଷ ଦରମାର ୫୦% ବର୍ଦ୍ଧିତ ଦରରେ ୧୦ ବର୍ଷର ଅବଧି ଲାଗି ଦିଆଯାଇଥାଏ; ଏହାପରେ ପାରିବାରିକ ପେନସନ ଶେଷ ଦରମାର ୩୦% ହାରରେ ପ୍ରଦାନ କରାଯାଇଥାଏ। ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ଯଦି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟେ ତା’ହେଲେ ତାଙ୍କ ପରିବାରକୁ ୩୦% ହାରରେ ପାରିବାରିକ ପେନସନ ମିଳିଥାଏ। ଏପରି କ୍ଷେତ୍ରରେ ମୃତ ସରକାରୀ କର୍ମଚାରୀଙ୍କ ପରିବାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇବା ଲାଗି ଯୋଗ୍ୟ ହୋଇନଥାନ୍ତି।
ତେବେ କେନ୍ଦ୍ର ସରକାର ଏହା ହୃଦବୋଧ କରିଛନ୍ତି ଯେ ପ୍ରାରମ୍ଭିକ କାର୍ଯ୍ୟକାଳ ସମୟରେ ସରକାରୀ
କର୍ମଚାରୀଙ୍କ ଦରମା କମ ହୋଇଥିବା କାରଣରୁ ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ
ହରାଉଥିବା କର୍ମଚାରୀଙ୍କ ପରିବାର ପାଇଁ ବର୍ଦ୍ଧିତ ହାରରେ ପାରିବାରିକ ପେନସନ ପ୍ରଦାନ କରାଯିବାର
ଅଧିକ ଆବଶ୍ୟକତା ରହିଛି। ତେଣୁ ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ,
୧୯୭୨ର ନିୟମ ୫୪ରେ ସଂଶୋଧନ କରିଛନ୍ତି। ଏ ସଂକ୍ରାନ୍ତରେ ୧୯ ସେପ୍ଟେମ୍ବର, ୨୦୧୯ରେ ଏକ
ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସଂଶୋଧିତ ନିୟମ ୫୪ ଅନୁଯାୟୀ, ଚାକିରିରେ ଯୋଗ ଦେବାର ୭ ବର୍ଷ
ମଧ୍ୟରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ନିକଟ ସମ୍ପର୍କୀୟ ମଧ୍ୟ ୧୦ ବର୍ଷର ଅବଧି ଲାଗି ଶେଷ ଦରମାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇପାରିବେ।
ଉପରୋକ୍ତ ସଂଶୋଧନ ୧ ଅକ୍ଟୋବର, ୨୦୧୯ରୁ ଲାଗୁ ହେବ। ତେବେ ଏହି ତାରିଖର ୧୦ ବର୍ଷ ପୂର୍ବରୁ ୭ ବର୍ଷର କାର୍ଯ୍ୟକାଳ ପୂରଣ କରିନପାରି ପ୍ରାଣ ହରାଇଥିବା ସରକାରୀ କର୍ମଚାରୀଙ୍କ ପରିବାର ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାତରେ ପାରିବାରିକ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ତେବେ ଏହି ସୁବିଧା ସେମାନେ ୧ ଅକ୍ଟୋବର, ୨୦୧୯ ଠାରୁ ପାଇବେ।
ଚାକିରିରେ ଯୋଗଦେବାର ୭ ବର୍ଷ ମଧ୍ୟରେ ଦୁର୍ଭାଗ୍ୟଜନକ ଭାବେ ମୃତ୍ୟୁବରଣ କରୁଥିବା କେନ୍ଦ୍ରୀୟ ସଶସ୍ତ୍ର ଆରକ୍ଷୀ ବାହିନୀ (ସିଏପିଏଫ) କର୍ମଚାରୀଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀଙ୍କ ପରିବାର ଏହି ସଂଶୋଧିତ ସୁବିଧାର ଲାଭ ପାଇପାରିବେ।

   Related Posts