ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 28, 2020 IST

ଭୁବନେଶ୍ବର ୨୮।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୭୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୯୭୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୧୯୫୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.