Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ପୋଲିସ-ଡ୍ରାଇଭର ଖଣ୍ଡଯୁଦ୍ଧ ମାମଲା : ୫୭ ଡ୍ରାଇଭର ଗିରଫ

18/03/2023 at 10:51 AM

ଖଲ୍ଲିକୋଟ ୧୮।୩: ପୋଲିସ ଓ ଡ୍ରାଇଭର ଏକତା ମହାସଂଘ ଖଣ୍ଡଯୁଦ୍ଧ ବେଳେ ପୋଲିସକୁ ଆକ୍ରମଣ ଘଟଣାରେ ବର୍ତ୍ତମାନ ସୁଦ୍ଧା ଦୁଇ ଥାନା ପକ୍ଷରୁ ୫୭ ଜଣ ଗିରଫ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ପକ୍ଷରୁ ୨୮ ଜଣ ଓ ଗୋପାଳପୁର ଥାନା ପକ୍ଷରୁ ୨୯ ଜଣଙ୍କୁ ଗିରଫ କରାଯାଇଛି ।

ଗୁରୁବାର ଦିନ ଚମାଖଣ୍ଡି ଥାନା ପକୁଡିବନ୍ଧ ଛକ ନିକଟରେ ଡ୍ରାଇଭରମାନେ ଆନ୍ଦୋଳନ କରିବା ସମୟରେ ବିଭିନ୍ନ ଗାଡିଗୁଡିକୁ ଭଙ୍ଗାରୁଜା କରିବା ସହିତ ପୋଲିସକୁ ଆକ୍ରମଣ କରିଥିଲେ l ଏଥିରେ ଗଞ୍ଜାମ ପୋଲିସ ଜିଲ୍ଲା ଓ ବ୍ରହ୍ମପୁର ପୋଲିସ ଜିଲ୍ଲାର ୮ରୁ ଅଧିକ ପୋଲିସ କର୍ମଚାରୀ ଆହତ ହୋଇଥିଲେ । ଏନେଇ ଚମାଖଣ୍ଡି ଥାନା ଓ ଗୋପାଳପୁର ଥାନାରେ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି । ଆଗକୁ ମଧ୍ୟ୍ୟ ଗିରଫଙ୍କ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି ।

   Related Posts