ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୮୨ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 07, 2021 IST

ଭୁବନେଶ୍ୱର ୦୭।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୨ଜଣ, କୋରପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୯୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୬୫୯୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୪୪୩୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.