ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍, ୩୩୭୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | March 08, 2021 IST

ଭୁବନେଶ୍ବର ୦୮।୦୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୯୨୧୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.