ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୯୩ କୋଭିଡ୍ ପଜିଟିଭ୍

6/10/2021 at 10:16 AM

ଭୁବନେଶ୍ୱର ୦୬।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲା ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୯୪୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୬୧୬୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୩୬୬୯୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts