ଶ୍ରୀ ମନ୍ଦିର ପରିଦର୍ଶନ କଲେ 5T ଅଧ୍ୟକ୍ଷ: ବୁଲି ଦେଖିଲେ ପରିକ୍ରମା ପ୍ରକଳ୍ପ, ଭକ୍ତଙ୍କ ସହ କଥା ହେଲେ

Published By : Prameya-News7 Bureau | December 02, 2023 IST

ପୁରୀ ୦୨/୧୨: ପୁରୀରେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା କଲେ ପରିକ୍ରମା ପ୍ରକଳ୍ପ । ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ସୁବ୍ୟବସ୍ଥିତ ଦର୍ଶନ ବ୍ୟବସ୍ଥା ବି ବୁଲି ଦେଖିଲେ । ଏହା ସହ ଦକ୍ଷ ଭିଡ଼ ପରିଚାଳନା ବ୍ୟବସ୍ଥା ଉପରେ ଗୁରୁତ୍ଵ ଦିଆଯାଇଛି ।

ସୂଚନା ଥାଉକି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କେ ପାଣ୍ଡିଆନ ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, landscaping କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଭୋର ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟେିଂ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ ।

ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । Effluent treatment plant, ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଏହି ପରିଦର୍ଶନ ପୁରୀ ଜିଲ୍ଲାପାଳ, IG ,SP OBCC MD ଏବଂ ବିଭିନ୍ନ executing agencyର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.