ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ ହେବ ଭୀମକୁଣ୍ଡ, ବଡ଼ବିଲରେ ହେବ ରିଂ ରୋଡ ପ୍ରକଳ୍ପ: ୫ଟି ସଚିବ

Published By : Prameya-News7 Bureau | June 10, 2023 IST

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଶନିବାର ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବହୁସଂଖ୍ୟକ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଖଣି ସମୃଦ୍ଧ ବଡବିଲର ପ୍ରଦୂଷଣ ଓ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ଖୁବ୍ ଶୀଘ୍ର ୧୪୦୦ କୋଟି ଟଙ୍କାର ବଡବିଲ ରିଂ ରୋଡ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ବିଷୟରେ ପାଣ୍ଡିଆନ୍ ସୂଚନା ଦେଇଥିଲେ । ପ୍ରଥମେ ପାଟଣା ବ୍ଲକର ଭୀମକଣ୍ଡକୁ ୫ଟି ସଚିବ ଯାଇ ସେଠାରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ସେ ଭୀମକଣ୍ଡକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରାଯିବା ନେଇ ସେ ସୂଚନା ଦେଇଥିଲେ ।

ଏ ସମ୍ପର୍କିତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ଯଥାଶୀଘ୍ର ପ୍ରସ୍ତୁତ କରିବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ।ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମନ୍ଦିର ଏବଂ ମସଜିଦର ପାରିପାର୍ଶ୍ୱିକ ବିକାଶ ନେଇ ଯେଉଁ ସବୁ ଅନୁରୋଧ ଆସିଛି, ସେ ସବୁକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିବେ ବୋଲି ୫ଟି ସଚିବ କହିଥିଲେ। ଏହାପରେ ୫ଟି ସଚିବ ଚମ୍ପୁଆ ଯାଇ ଚମ୍ପୁଆ ଏନଏସି ସ୍ଥିତ ଜଳ ବିଶୋଧନାଗାର(ଡବ୍ଲୁଟିପି) ପରିଦର୍ଶନ କରିଥିଲେ।

ସେଠାରେ ତାଙ୍କୁ ଜାରି ରହିଥିବା ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’ ପ୍ରକଳ୍ପ ବାବଦରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଥିଲା। ଏହି ପ୍ରକଳ୍ପଟି ସଫଳତାର ସହ କାର୍ଯ୍ୟକାରୀ ହେଉଥିବା ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ। ଏହା ବ୍ୟତୀତ ‘ଗ୍ରାମୀଣ ମେଗା ପାଇପ୍ ଜଳ ଯୋଗାଣ’ ପ୍ରକଳ୍ପ ଚଳିତ ବର୍ଷ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ ହେଉଥିବା ବିଷୟ ରେ ତାଙ୍କୁ ଅଫିସରମାନେ ଅବଗତ କରିଥିଲେ।

wp:heading {"level":4}

ଏ ଖବର ପଢନ୍ତୁ- ମାଲକାନଗିରି ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

/wp:heading

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.