ପୁରୀରେ 5-T ସଚିବ ଭି.କେ. ପାଣ୍ଡିଆନ୍, ଜନ୍ମଦିନରେ ମହାପ୍ରଭୁଙ୍କୁ ଦର୍ଶନ କଲେ
29/05/2023 at 10:28 AM

ପୁରୀ ୨୯।୫: ଜନ୍ମଦିନରେ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ 5-T ସଚିବ ଭି.କେ. ପାଣ୍ଡିଆନ । ସୋମବାର ସକାଳୁ 5-T ସଚିବ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ମା’ ଲକ୍ଷ୍ମୀ, ବିମଳାଙ୍କ ସହ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଥିଲେ । ଦର୍ଶନ ସାରି ଫେରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କରିଥିଲେ ।

ଆସନ୍ତା ଜୁନ୍ ୪ରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଏହା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ କିଭଳି ଶେଷ ହେବ ସେନେଇ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । 5-T ସଚିବଙ୍କ ଗସ୍ତ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ମଧ୍ୟ ଉପସ୍ଥିତ ଥିଲେ । ତିନି ରଥର ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ପ୍ରଶାସକଙ୍କୁ 5-T ସଚିବ ପଚାରି ବୁଝିଥିଲେ ।

ପୂର୍ବରୁ ମଧ୍ୟ 5-T ସଚିବ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସହ ସହରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ।