ଓଡ଼ିଶାର ୬ ନେତାଙ୍କୁ ମିଳିବ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା, ୩ ଜଣଙ୍କୁ Z ଓ ୩ ଜଣଙ୍କୁ Y ସୁରକ୍ଷା

Published By : Prameya-News7 Bureau | April 25, 2024 IST

ଭୁବନେଶ୍ଵର: ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଓଡ଼ିଶାର ୬ ନେତାଙ୍କୁ ଯୋଗାଇ ଦିଆଯିବ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା। ୩ ନେତାଙ୍କୁ ଜେସ୍ ସୁରକ୍ଷା ଏବଂ ଅନ୍ୟ ୩ ନେତାଙ୍କୁ ଓ୍ଵାଇ ଶ୍ରେଣୀର ସୁରକ୍ଷା ଯୋଗାଇ ଦିଆଯିବ। ରାଜ୍ୟ ସିକ୍ୟୁରିଟି ଓ୍ଵିଙ୍ଗ୍, ସ୍ପେଶାଲ ବ୍ରାଞ୍ଚ ପକ୍ଷରୁ ଗୁରୁବାର ଏ ନେଇ ସୂଚନା ଦିଆଯାଇଛି। 

Also read: ସୋନପୁରରେ ଅମିତ ଶାହଙ୍କ ସଭାର ବହୁତ ପ୍ରଭାବ ରହିବ, ବିଜେପି ଏକାକୀ ସରକାର କରିବ : ମନମୋହନ

ସୂଚନା ମୁତାବକ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ସ୍ଵତନ୍ତ୍ର ଜେଡ୍ ସୁରକ୍ଷା ଯୋଗାଇ ଦିଆଯିବ। ସେହିପରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଓ୍ଵାଇ ଶ୍ରେଣୀ ସୁରକ୍ଷା ମିଳିବ। ଏହା ବ୍ୟତୀତ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମଧ୍ୟ ଓ୍ଵାଇ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ। । ରାଜ୍ୟ ସିକ୍ୟୁରିଟି ଓ୍ଵିଙ୍ଗ୍, ସ୍ପେଶାଲ ବ୍ରାଞ୍ଚ ପକ୍ଷରୁ ଏ ସଂପର୍କିତ ନିଷ୍ପତ୍ତି ନିଆଯାଇଛି। 

ବଲାଙ୍ଗୀରର କଣ୍ଟାବାଞ୍ଜିରେ କଂଗ୍ରେସ ସନ୍ତୋଷ ସିଂ ସାଲୁଜାଙ୍କୁ ପ୍ରାର୍ଥୀ କରିଥିବା ବେଳେ ତାଙ୍କ ବିରୋଧରେ ନିର୍ବାଚନ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହି ଦୃଷ୍ଟିରୁ ସାଲୁଜାଙ୍କ ସୁରକ୍ଷା ବ୍ୟବସ୍ଥା  ବଢାଇବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.