ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬ କୋଭିଡ୍ ପଜିଟିଭ୍

6/11/2022 at 10:28 AM

ଭୁବନେଶ୍ୱର ୦୬। ୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୪୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୮୩୫୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts