Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ସ୍ନାନଯାତ୍ରାରେ ମୁତୟନ ହେବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ, ଶନିବାରଠୁ ଟ୍ରାଫିକ୍ କଟକଣା ଲାଗୁ

2/06/2023 at 6:15 PM

ପୁରୀ ୨।୬: ସ୍ନାନ ଯାତ୍ରା ପାଇଁ ଶନିବାରଠାରୁ ପୁରୀରେ ଲାଗୁ ହେବ ଟ୍ରାଫିକ କଟକଣା । ପୁରୀ ଟାଉନ ହଲ୍ ଠାରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବ ପୋଲିସ ସମୀକ୍ଷା ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ବୈଠକରେ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଇଛି । ପ୍ରବଳ ଭକ୍ତଙ୍କ ଜନସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା ସହ ପର୍ଯ୍ୟାପ୍ତ ସିସିଟିଭି, ୬୦ ପ୍ଲାଟୁନ ପୋଲିସ ଫୋର୍ସ ସହ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଏହାସହ ୩ ଜଣ କମାଣ୍ଡାଣ୍ଟ, ୧୨ ଅତିରିକ୍ତ ଏସପି, ୨୨ ଡିଏସପି ୫୯ ଇନ୍ସପେକ୍ଟର, ୨୯୧ ସବ ଇନ୍ସପେକ୍ଟର, ୪୧ ହାବିଲଦାର, ୧୨ ଟ୍ରାଫିକ ହାବିଲଦାର, ୩୩୧ କନଷ୍ଟେବଳ, ୪୮ ଟ୍ରାଫିକ କନଷ୍ଟେବଳ, ୫୪୪ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିବେ । ବିଶେଷ କରି ଆଇନ ଶୃଙ୍ଖଳା, ଭିଡ ନିୟନ୍ତ୍ରଣ, ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା ଉପରେ ସମୀକ୍ଷା ବୈଠକରେ ଆଲୋଚନା ହୋଇଥିଲା ।

ସେହିପରି ମାର୍କେଟ ଛକଠାରୁ ଶ୍ରୀମନ୍ଦିର ଓ ଏହାର ଚତୁଃପାର୍ଶ୍ଵକୁ ନୋ ଭେହିକିଲ୍‌ ଜୋନ୍ କରାଯିବ । ଶ୍ରୀମନ୍ଦିର ସହ ଗୁରୁତ୍ୱପୂର୍ଣ୍ଣ ସ୍ଥାନମାନଙ୍କରେ ସିସିଟିଭି ସ୍ଥାପନ କରାଯାଇ ଏକ ସ୍ବତନ୍ତ୍ର ପୋଲିସ କଣ୍ଟ୍ରୋଲ ରୁମ୍ କାମ କରିବ । ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ । ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନ ସହ ବିଶେଷ କରି ବେଳାଭୂମିରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ପାର୍କିଂର ବ୍ୟବସ୍ଥା ସହ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିଛି ପୋଲିସ ପ୍ରଶାସନ ।

You Can Read :

   Related Posts