ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | September 30, 2021 IST

ଭୁବନେଶ୍ୱର ୩୦।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୬୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୪୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୫୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୬୮୭୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.