ଖସୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୦୯୭ କରୋନା ସଂକ୍ରମିତ

Published By : Prameya-News7 Bureau | June 10, 2021 IST

ଭୁବନେଶ୍ୱର ୧୦।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୫୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ, ବରଗଡ଼ ଜିଲ୍ଲାରୁ ୧୦୭ଜଣ, ଭଦ୍ରକ ଜିଲ୍ଲାରୁ ୨୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୦ଜଣ, କଟକ ଜିଲ୍ଲାରୁ ୬୪୭ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨୬ଜଣ, ଯାଜପୁର ଜିଲ୍ଲାରୁ ୪୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୧୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୭ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୬୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ଜଣ , ଷ୍ଟେଟ୍‌ ପୁଲ୍‌ରୁ ୧୫୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୭୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୩୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୬୪୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୪୫୭୬୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.