ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ବାହାରିଲେ ୬୨୫ କରୋନା ପଜିଟିଭ୍

Published By : Prameya-News7 Bureau | August 24, 2021 IST

ଭୁବନେଶ୍ୱର ୨୪।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୨୩୨୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୩୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.