oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

1/08/2021 at 8:36 AM

ଭୁବନେଶ୍ୱର ୦୧।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୬୬ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts