ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୪୪ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | September 23, 2021 IST

ଭୁବନେଶ୍ୱର ୨୩।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୨ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୬୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୨୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୬୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୧୭୮୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.