ରାଜ୍ୟରେ କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୫୨ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | August 08, 2022 IST

ଭୁବନେଶ୍ୱର ୦୮।୦୮ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୯୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲରାୁ ୪୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୯୫୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୪୫୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୦୪୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.