ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

Published By : Prameya-News7 Bureau | July 15, 2021 IST

ଭୁବନେଶ୍ୱର ୧୫।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":480825,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୭୮୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.