ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍

3/10/2022 at 9:01 AM

ଭୁବନେଶ୍ୱର ୦୩।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୪୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୪୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୪୦୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୦୬୩୮୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts