ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

28/08/2021 at 9:10 AM

ଭୁବନେଶ୍ୱର ୨୮।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ବୌଦ୍ଧ , ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts