Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

20/08/2021 at 8:45 AM

ଭୁବନେଶ୍ୱର ୧୯।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୯୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts