ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

Published By : Prameya-News7 Bureau | August 23, 2021 IST

ଭୁବନେଶ୍ୱର ୨୩।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":499879,"sizeSlug":"full","linkDestination":"none"}

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୫୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.