ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

22/08/2021 at 8:58 AM

ଭୁବନେଶ୍ୱର ୨୨।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୪୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts