ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୬୯ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | June 27, 2022 IST

ଭୁବନେଶ୍ୱର ୨୭।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୪୪୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.