ଆଜି ଓଡ଼ିଶାରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି

Published By : Prameya-News7 Bureau | July 28, 2020 IST

ଭୁବନେଶ୍ୱର ୨୮/୦୭:  ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି।। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:core-embed/twitter {"url":"https://twitter.com/HFWOdisha/status/1287977364761321472","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1287977364761321472
/wp:core-embed/twitter

ଆଜି କରୋନାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ସଂପୃକ୍ତ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡ଼ାରୁ ୨ଜଣ, କଟକ ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ପ୍ରାଣ ନେଇଛି ଘାତକ କରୋନା ।

wp:core-embed/twitter {"url":"https://twitter.com/HFWOdisha/status/1287977430695763968","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1287977430695763968
/wp:core-embed/twitter

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮,୧୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭ହଜାର ୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୭୬୫୬୦ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

wp:core-embed/twitter {"url":"https://twitter.com/HFWOdisha/status/1287977463713271808","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1287977463713271808
/wp:core-embed/twitter

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.