oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ବାହାଘର ଭୋଜି ଖାଇ ଫେରୁଥିଲେ, ଧକ୍କା ଦେଲା ଅଜଣା ଗାଡି : ଗୋଟିଏ ପରିବାରର ୭ ମୃତ…

7/05/2022 at 12:49 PM

ନୂଆଦିଲ୍ଲୀ, ୦୭।୦୫ :  ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜୀବନ ହାରିଲେ ୭ ଯାତ୍ରୀ । ଏପରି ଅଭାବନୀୟ ଘଟଣା ଘଟିଛି ଉତ୍ତର ପ୍ରଦେଶ ମଥୁରା ନିକଟବର୍ତ୍ତୀ ଯମୁନା ଏକ୍ସପ୍ରେସ ଓ୍ୱେରେ । ଏକ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ଏହି ଅଘଟଣ ଘଟିଛି ।

ସୂଚନାନୁସାରେ, ଏକ କାରରେ ୯ ଜଣ ଯାତ୍ରୀ ଯମୁନା ଏକ୍ସପ୍ରେସ ଓ୍ୱେ ଦେଇ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହୋଇ ନୋଏଡା ଫେରୁଥିଲେ।  ସମସ୍ତେ ଗୋଟିଏ ପରିବାରର ସଦସ୍ୟ ଥିଲେ । ଶନିବାର ସକାଳ ପ୍ରାୟ ୫ଟା ବେଳେ ସେମାନଙ୍କ କାରକୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ୭ ଜଣ ପ୍ରାଣ ହରାଇଥିଲେ ।

ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୩ ମହିଳା ଏବଂ ଏକ ଶିଶୁ ରହିଛି । ଏହାସହ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ଖବର ପାଇ ପୋଲିସ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ମୃତାହତଙ୍କୁ ଉଦ୍ଧାର କରିଥିଲା । ସେଠାରୁ ନିକଟସ୍ଥ ହସ୍ପିଟାଲକୁ ଅଣାଯାଇଥିଲା । ସମସ୍ତ ମୃତାହତଙ୍କ ଘର ସ୍ଥାନୀୟ ହରଦୋଇ ବାହାଦୁରପୁରରେ ବୋଲି ଜଣାପଡିଛି ।

ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଯେଉଁମାନେ ନିଜ ପରିବାରର ସଦସ୍ୟଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଏହାସହ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts