ରାଜ୍ୟରେ ୭ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୦୭୧ କୋଭିଡ୍ ପଜିଟିଭ୍, ୧୦୮୨୭୬୯ରେ ପହଞ୍ଚିଲା ସଂଖ୍ୟା

Published By : Prameya-News7 Bureau | January 11, 2022 IST

ଭୁବନେଶ୍ୱର ୧୧।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୭୦୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୨୭୬୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୯୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦୭ ଜଣ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୮, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୫୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୦ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୫୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କନାଳ ଜିଲ୍ଲାରୁ ୫୫ଜଣ, ଗଜପତି ଜିଲ୍ଲାରୁ ୪୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୧୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭୩ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୨୬ଜଣ, କୋରାପୁଟ ଜିଲ୍ଲାରୁ ୧୦୭ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୫ଜଣ, ନୟାଗଡ଼ ଜିଲ୍ଲାରୁ ୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୧୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୬୦୯ଜଣ, ସୋନପୁର ଜିଲ୍ଲାରୁ ୬୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୪୭ଜଣ, ଷ୍ଟେଟ ପୁଲ୍‌ରୁ ୪୮୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୮୨୭୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୨୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୭୦୩୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୨୪୭୯୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.