ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ସୋଆରେ ପାଳନ ହେଲା ୭୪ ତମ ଗଣତନ୍ତ୍ର ଦିବସ; ଛାତ୍ରଛାତ୍ରୀମାନେ ପରିବେଷଣ କଲେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ

27/01/2023 at 7:51 PM

ଭୁବନେଶ୍ୱର ୨୭/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି. ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ୍‌ରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସୋଆ ଛାତ୍ରଛାତ୍ରୀମାନେ ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଏହି ଅବସରରେ ହୋଇଥିବା ସାଧାରଣ ସଭାରେ ବକ୍ତବ୍ୟ ଦେଇ ପ୍ରଫେସର ରାୟ ସ୍ୱାଧୀନତା ପରେ ବିଭିନ୍ନ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ କିଭଳି ଭାରତକୁ ଏକ ସଶକ୍ତ ରାଷ୍ଟ୍ର ଭାବେ ଗଢ଼ି ତୋଳିଛି ସେ ବିଷୟରେ ଆଲୋଚନା କରିଥିଲେ। କୃଷି ବିଜ୍ଞାନୀ ପ୍ରଫେସର ରାୟ କହିଥିଲେ ଯେ ୨୦୨୨-୨୩ରେ ଦେଶର ଖାଦ୍ୟ ଉତ୍ପାଦନ ୩୨୮ ମିଲିୟନ୍ ଟନ୍ ଆକଳନ କରାଯାଇଛି ଯାହା ଗତ ୫ ବର୍ଷର ହାରାହାରି ଉତ୍ପାଦନ ଅପେକ୍ଷା ୬.୯୮ ମିଲିୟନ୍ ଟନ୍ ଅଧିକ।

ପ୍ରଫେସର ରାୟ କହିଛନ୍ତି, ଉନ୍ନତ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ସୋଆ ଏବେ ସବୁଠୁ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ। ଶିକ୍ଷା ଦାନରେ ଗୁଣବତ୍ତା ଓ ଅଭିନବ ଗବେଷଣାକୁ ନେଇ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ସବୁଠାରୁ ଉତ୍ତମ ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇବା ସୋଆର ଲକ୍ଷ୍ୟ। ଅନେକ ବିଦେଶୀ ଛାତ୍ରଛାତ୍ରୀ ମଧ୍ୟ ବିଶ୍ୱବିଦ୍ୟାଳୟର ବିଭିନ୍ନ ଅନୁଷ୍ଠାନରେ ଶିକ୍ଷା ଗ୍ରହଣ କରୁଥିବା ସେ ତାଙ୍କ ଭାଷଣରେ କହିଥିଲେ।

ଗବେଷଣା କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେଉଥିବା ସୋଆ ଏବେ ୩୫୫ଟି ପାଟେଣ୍ଟ ଦାଖଲ କରିସାରିଥିବା ବେଳେ ୨୭ଟି ପାଟେଣ୍ଟ ଗୃହୀତ ହୋଇଛି ବୋଲି ସେ ଜଣାଇଥିଲେ। ସୋଆରେ ଶିକ୍ଷା ଗ୍ରହଣ କରୁଥିବା ବିଦେଶୀ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଚାନ୍‌ସେଲର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଏଥିରେ ସୋଆର ଉପକୁଳାଧିପତି ପ୍ରଫେସର (ଡାକ୍ତର) ଅମିତ ବାନାର୍ଜୀ, କୁଳପତି ପ୍ରଫେସର ବିଜୟ କୁମାର ସାହୁ, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ଅନୁଷ୍ଠାନର ଡିନ୍ ଏବଂ ନିର୍ଦ୍ଦେଶକମାନେ ଯୋଗ ଦେଇଥିଲେ।

   Related Posts