କମୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୩୧୩ କରୋନା ସଂକ୍ରମିତ

Published By : Prameya-News7 Bureau | May 31, 2021 IST

ଭୁବନେଶ୍ୱର ୩୧।୦୫: ରାଜ୍ୟରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪୫୨ଜଣ, ବରଗଡ଼ ଜିଲ୍ଲାରୁ ୨୭୯ଜଣ, ଭଦ୍ରକ ଜିଲ୍ଲାରୁ ୧୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୯ଜଣ, ବୌଦ୍ଧ ଜିଲ୍ଲାରୁ ୨୦୯ଜଣ, କଟକ ଜିଲ୍ଲାରୁ ୫୯୩ଜଣ, ଦେଓଗଡ଼ ଜିଲ୍ଲାରୁ ୫୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦୭ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୦ଜଣ, ଯାଜପୁର ଜିଲ୍ଲାରୁ ୩୫୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୨ଜଣ, କନ୍ଧମାଳ ଜିଲ୍ଲାରୁ ୯୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୦ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୯୭୪ଜଣ, କୋରାପୁଟ ଜିଲ୍ଲାରୁ ୧୯୮ଜଣ, ମାଲକାନଗିରି ଜିଲ୍ଲାରୁ ୧୦୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦୫ଜଣ, ନୟାଗଡ଼ ଜିଲ୍ଲାରୁ ୨୮୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୩ଜଣ, ପୁରୀ ଜିଲ୍ଲାରୁ ୪୦୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୦୪ଜଣ, ସୋନପୁର ଜିଲ୍ଲାରୁ ୧୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୬୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୬୪୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୬୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୫୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୭୭୩୦୭୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.