ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ବାହାରିଲେ ୮୪୯ କରୋନା ପଜିଟିଭ୍

Published By : Prameya-News7 Bureau | August 26, 2021 IST

ଭୁବନେଶ୍ୱର ୨୬।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୫ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.