ସାମାନ୍ୟ କମିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮୫୩ କରୋନା ପଜିଟିଭ୍

Published By : Prameya-News7 Bureau | August 22, 2021 IST

ଭୁବନେଶ୍ୱର ୨୨।୦୮ : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୯୩୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୦ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୬ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହୱପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୬, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୫୯ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୪୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.