scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୨୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

1/03/2021 at 11:27 AM

ଭୁବନେଶ୍ବର ୧।୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯ଜଣ, ଦେବଗଡ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୪୧୯୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts