ମୟୁରଭଞ୍ଜ ୧୦/୧୨: ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ପଶୁଦା ଗ୍ରାମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିବା ଭଳି ସମ୍ବେଦନଶୀଳ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାରିପଦା ପିଆରଏମ୍ ମେଡିକାଲକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ସୂଚନା ମୁତାବକ ଛାତ୍ର ଜଣଙ୍କ ବିଦ୍ୟାଳୟ ଯିବାକୁ ମନା କରିବାରୁ ଘରଲୋକ ତାକୁ ବାଧ୍ୟ କରିଥିଲେ ।ଫଳରେ ଛାତ୍ର ଜଣକ ଘରେ କବାଟ ବନ୍ଦ କରି ଦେହରେ କିରାସିନି ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ପ୍ରଥମେ ବଡ଼ସାହି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ହେଲେ ସେଠାରେ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ତୁରନ୍ତ ପିଆରଏମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ କିଛି ସମୟ ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ମୃତକ ହେଲେ ନବୀନ ମାରାଣ୍ଡିଙ୍କ ପୁଅ କାଳିଦାସ ମାରାଣ୍ଡି (୧୩)।