oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

କୋଭିଡ୍‌କୁ ମାତ୍‌ ଦେଲେ ୯୭ ବର୍ଷୀୟ ବୃଦ୍ଧା, ସମ୍‌ ହସ୍ପିଟାଲ୍‌ରେ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଲେ

8/07/2021 at 5:26 PM

ଭୁବନେଶ୍ୱର : ଉପଯୁକ୍ତ ଚିକିତ୍ସା, ସେବା ଓ ଯତ୍ନ ମିଳିଲେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନା ମହାମାରୀକୁ ଅନାୟସରେ ପରାସ୍ତ କରିପାରିବେ ତାହା ପୁଣିଥରେ ପ୍ରମାଣିତ ହୋଇଛି ଜଣେ ୯୭ ବର୍ଷୀୟା ବୃଦ୍ଧାଙ୍କ କ୍ଷେତ୍ରରେ । ସମ୍‌ କୋଭିଡ ହସ୍ପିଟାଲ୍‌ରୁ ପୁଣି ଜଣେ ବୟୋଜ୍ୟେଷ୍ଠ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବାଲେଶ୍ୱର ଅଂଚଳର ଶ୍ରୀମତି ଚଂଚଳା ବେହେରା ଗତ ଜୁନ୍‌ ମାସ ୧୮ ତାରିଖରେ କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ୱର ସମ୍‌ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ହସ୍ପିଟାଲ୍‌ରେ ଭର୍ତ୍ତି ହେବା ସମୟରେ ସେ ଉଚ୍ଚ ରକ୍ତଚାପ ଓ ଶ୍ୱାସଜନିତ ସମସ୍ୟା ଯୋଗୁଁ ଗୁରୁତର ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ପୂର୍ବରୁ ହୃଦରୋଗ ଜନିତ ସମସ୍ୟା ରହିଥିବାରୁ ତାଙ୍କ ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଆଯାଇଥିଲା । ତେବେ ସମ୍‌ କୋଭିଡ୍‌ ଟିମ୍‌ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଦୀର୍ଘ ୨୦ ଦିନ ପରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଚଂଚଳା । ସେ ସୁସ୍ଥ ହେବା ପରେ ଘରକୁ ଯିବା ସମୟରେ ସମ୍‌ କୋଭିଡ ଟିମ୍‌କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ତାଙ୍କ ବୋହୁ ଶ୍ରୀମତି ତପସ୍ୱିନୀ ବେହେରା ।

   Related Posts