LIVE TV

ବର୍ଷା ପାଇଁ ସ୍କୁଲ୍ ଛୁଟି, ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସରକାରୀ ଓ ବେସରକାରୀ ଛୁଟି ଘୋଷଣା

NEWS7
malkangiri

ମାଲକାନଗିରି ୨୬/୦୯: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଭାରୀ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ମାଲକାନଗିରି ଜିଲ୍ଲାପାଳ । ପାଣିପାଗ ବିଭାଗର ଆଲର୍ଟ ପରେ ଜିଲ୍ଲା ପ୍ରଶାସନ ସଜାଗ ହେବା ସହ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ । ହେଲେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ବିଦ୍ୟାଳୟରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ଏହା ସହ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀମାନଙ୍କୁ ମାଧ୍ୟ ନିଜ ନିଜର କାର୍ଯ୍ୟାଳୟରେ ରହିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ତେବେ ସ୍କୁଲର ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଉପସ୍ଥିତ ରହିବେ।  

 

ସୂଚନା ଥାଉକି, ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ, ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ  । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।  ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । 

ଏବେ ପରବର୍ତ୍ତୀ ଦୁଇରୁ ତିନି ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି। ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି। ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି।