LIVE TV

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି : ପୋଲିସ ସହ ବିଜେଡି କର୍ମୀଙ୍କର ଧସ୍ତାଧସ୍ତି, ବିକ୍ଷୋଭକାରୀଙ୍କ ଉପରକୁ ପାଣି ମାଡ଼

NEWS7
BJD

ଭୁବନେଶ୍ବର ୨୩।୯: ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ବେଳେ ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ । ଗାନ୍ଧି ମାର୍ଗ ପାଲଟିଲା ରଣକ୍ଷତ୍ର । ପୋଲିସ ସହ ବିଜେଡି କର୍ମୀଙ୍କର ଧସ୍ତାଧସ୍ତି ହୋଇଛି । ବିଧାନସଭା ଆକୁ ଅଗ୍ରସର ହେବା ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସପରିସ୍ଥିତି ନିୟନ୍ତ୍ରଣ ପାଇଁ ବିକ୍ଷୋଭକାରୀଙ୍କ ଉପରକୁ ପୋଲିସ ପକ୍ଷରୁ ପାଣି ମାଡ଼ କରାଯାଇଛି ।

ସୂଚନାଯୋଗ୍ୟ ଯେ, ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡ଼ପ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ୍ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହୋଇଛନ୍ତି । ବିଜେଡି ପକ୍ଷରୁ ଅନ୍ଦୋଳନ କରାଯାଇଛି ।