LIVE TV

ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା ହେଲା ବାଲିଯାତ୍ରା ପଡ଼ିଆ

NEWS7
Baliyatra

ବ୍ରହ୍ମପୁର ୮।୧୦: ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା । ଏ ନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ । ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି । ବାଲିଯାତ୍ରା ଗ୍ରାଉଣ୍ଡର ୫ କି.ମି. ପରିଧି ପାଇଁ କଟକଣା ଜାରି ହୋଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା ହୋଇଛି । ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମଧ୍ୟ ମନା କରାଯାଇଛି । 
ଐତିହାସିକ ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଆୟୋଜିତ ହେବ ।