News7 Logo

ବଦଳିଲା ବାଲିଯାତ୍ରା ନାଁ: ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫

NEWS7
baliyatra

କଟକ ୧୨/୦୯: ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ହେବ ଚଳିତ ବର୍ଷର ବାଲିଯାତ୍ରା । ଉପର ବାଲିଯାତ୍ରା ପଡ଼ିଆରେ ହେବନି ବାଲିଯାତ୍ରା । ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି ।

କେବଳ ତଳ ପଡ଼ିଆରେ ହେବ ଚଳିତ ବର୍ଷର ବାଲିଯାତ୍ରା । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । ଏଥର ସାଂସ୍କୃତିକ କାର୍ଯ୍ୟକ୍ରମ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ବୋଲି କହିଛନ୍ତି । କାରଣ ପୂର୍ବରୁ ରାତି ୧୦ଟା ପର୍ଯ୍ୟନ୍ତ ଚାଲୁଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ । 

​​​​​​​​​​​​​​ଗତ ମାର୍ଚ୍ଚ ମାସରେ ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।