LIVE TV

ରାଜ୍ୟର ବିଭିନ୍ନ ସ୍ଥାନର ପୂଜା ମଣ୍ଡପକୁ ମିଳିବ ସହାୟତା, ଆର୍ଥିକ ଅନୁଦାନ ରାଶି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

NEWS7
Durga Puja

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ।

ଏଥିପାଇଁ ଦୁର୍ଗାମେଢ଼କୁ କ,ଖ,ଗ ୩ଟି ବର୍ଗରେ ବିଭକ୍ତ କରାଯାଇ ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।  'କ' ବର୍ଗରେ ଐତିହ୍ୟ ସମ୍ପନ୍ନ ଦୁର୍ଗାମେଢ଼କୁ ସ୍ଥାନ ଦିଆଯିବ। ଆଉ ଏହି ବର୍ଗରେ ଆସୁଥିବା ୨୧୫ଟି ମେଢ଼କୁ ୨ କୋଟି ୧୭ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତ୍ୟେକ ଐତିହ୍ୟ ସମ୍ପନ୍ନ ମେଢ଼କୁ ୧ ଲକ୍ଷ ୧ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।

ଏହା ପରେ 'ଖ' ବର୍ଗରେ ୭୫ ବର୍ଷ ପୁରୁଣା ଦୁର୍ଗାମେଢ଼କୁ ସ୍ଥାନ ଦିଆଯିବ। ଏହି ବର୍ଗରେ ୧୯୭ଟି ମେଢ଼କୁ ୧ କୋଟି ୪୭ ଲକ୍ଷ ୭୫ ହଜାର ଟଙ୍କା ପ୍ରଦାନ କରାଯିବ। ଯେଉଁଥିରେ ପ୍ରତ୍ୟେକ ମେଢ଼କୁ ୭୫ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।

ସେହିଭଳି 'ଗ' ବର୍ଗରେ ୫୦ ବର୍ଷ ପୁରୁଣା ଦୁର୍ଗାମେଢ଼କୁ ସ୍ଥାନ ଦିଆଯିବ। ଏହି ବର୍ଗରେ ୬୭୩ଟି ମେଢ଼କୁ ୩ କୋଟି ୩୬ ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତ୍ୟେକ ମେଢ଼କୁ ୫୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।