LIVE TV

ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ : ଖୁବ୍‌ଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ

NEWS7
CM

ଭୁବନେଶ୍ୱର ୭।୧୦: ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ  ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀ ମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ମଧ୍ୟ ବରଦାସ୍ତ କରାଯିବ ନାହିଁ । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।