LIVE TV

ଓଡ଼ିଆ ଭାଷାରେ ନାମଫଳକ ନଲେଖିବାରୁ ୧୦୦ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା, ୧୬୦୬ଙ୍କୁ କାରଣ ଦର୍ଶାଅ ନୋଟିସ୍

NEWS7
Odisha Assembly

ଭୁବନେଶ୍ବର ୨୩।୯: ଓଡ଼ିଆରେ ନାମ ଫଳକ ନ ଲେଖିଲେ ସାବଧାନ । ଆଇନ ଖିଲାପକାରୀ ୧୦୦ ଗୋଟି ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ କରାଯାଇଛି । ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖା ହୋଇ ନଥିବାରୁ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୮ ମୋକଦ୍ଦମା ରୁଜୁ କରାଯାଇଛି । ଏହାସହ ଝାରସୁଗୁଡାରେ ୨୩୭, ଖୋର୍ଦ୍ଧାରେ ୨o୧ ବ୍ୟବସାୟ ପ୍ରତିଷ୍ଠାନ ଉପରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି ।

ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ଏଯାବତ୍ ମୋଟ୍ ୨୮୫୨ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଛି । ଏହା ମଧ୍ୟରୁ ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନ କରିଥିବା କାରଣରୁ ପ୍ରତିଷ୍ଠାନର ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେଥିମଧ୍ୟରୁ ଉକ୍ତ ଆଇନ ଖିଲାପକାରୀ ୧୦୦ ଗୋଟି ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ କରାଯାଇଛି ।

ବିଧାନସଭାରେ ବିଜେଡ଼ି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।