LIVE TV

୨୮ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ନିର୍ଦ୍ଦେଶ ଅବମାନନା କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

NEWS7
Fishermen

ଭୋଗରାଇ ୨୭।୯: ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଅଶାନ୍ତ ରହିଛି ସମୁଦ୍ର । ଆସନ୍ତା ୧ ତାରିଖ ବେଳକୁ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ତେଣୁ ଏହି ପରୀପ୍ରେକ୍ଷୀରେ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି ।

ବାଲେଶ୍ବର ଜିଲ୍ଲାର ଉଦୟପୁର, ତାଳସାରୀ, ରଣସିଂହପୁର, କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରଯାଇଛି । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ । ୨୮ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ମନା କରାଯାଇଛି । ବିଭାଗର ନିର୍ଦ୍ଦେଶ ଅବମାନନା କଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ମଧ୍ୟ କୁହାଯାଇଛି । ଏ ନେଇ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ସୂଚନା ଦେଇଛନ୍ତି ।

ଭୋଗରାଇ ବ୍ଲକ୍ ଅଧୀନରେ ରହିଛି ୪ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି । ପ୍ରବଳ ପବନ ସାଙ୍ଗକୁ ବର୍ଷା ସମ୍ଭାବନା ନେଇ ଉଦୟପୁର ତାଳସାରୀ, ରଣସିଂହପୁର, କୀର୍ତ୍ତିନିଆ ଆଦି ସ୍ଥାନରେ ମତ୍ସ୍ୟଜୀବୀ ମାନଙ୍କୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ଚନ୍ଦନେଶ୍ୱର ମତ୍ସ୍ୟ ବିଭାଗ ପକ୍ଷରୁ  ସଚେତନତା ଆରମ୍ଭ ହୋଇଛି । ପ୍ରବଳ ପବନରେ ଡଙ୍ଗାକୁ ଡଙ୍ଗା ବାଡ଼େଇ ହେବାର ସମ୍ଭାବନା ଥିବାବେଳେ ମାଛଧରା ଜାଲ ଓ ସମସ୍ତ ସାମଗ୍ରୀ ଡ଼ଙ୍ଗା ସୁରକ୍ଷିତ ସ୍ଥାନକୁ ନେବା ପାଇଁ ମଧ୍ୟ କୁହାଯାଇଛି । ଆଉ ଏହାକୁ କେହି ମତ୍ସ୍ୟଜୀବୀ ଅବମାନନା କରି ଯଦି ସମୁଦ୍ରକୁ ଆନ୍ତି ତେବେ ତାଙ୍କ ଉପରେ ମତ୍ସ୍ୟ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।