News7 Logo

ଆତ୍ମହତ୍ୟା ରୋକିବାକୁ ସରକାରଙ୍କ ଉଦ୍ୟମ, ଆରମ୍ଭ ହେବ ‘ଜୀବନ ଜିନ୍ଦାବାଦ’ କାର୍ଯ୍ୟକ୍ରମ

NEWS7
Jeevan Zindabad

ଭୁବନେଶ୍ବର ୩୯: ଆତ୍ମହତ୍ୟା ରୋକିବାକୁ ସରକାରଙ୍କ ଉଦ୍ୟମ । ‘ଜୀବନ ଜିନ୍ଦାବାଦ’ ନାମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗକୁ ସାମିଲ କରାଯିବ । ପ୍ରତି ଜିଲ୍ଲା ମୁଖ୍ୟାଳୟରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବ ।

ସେପ୍ଟେମ୍ବର ୧୦ ତାରିଖରୁ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏଥିରେ କଲେଜ, ସ୍କୁଲ  ଛାତ୍ରଛାତ୍ରୀ ଓ ଯୁବବର୍ଗ ମାନେ ସାମିଲ ହେବେ । ୭୦ରୁ ଅଧିକ କଳାକାର ଏଥିରେ ସାମିଲ ହେବେ । ଲୋକସେବା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାର ବସିଥିବା ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ ।