LIVE TV

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାର ଜଳ ସମ୍ପଦ ବିଭାଗ ଅଧିକାରୀଙ୍କ ଛୁଟି ବାତିଲ, ଜଳଭଣ୍ଡାର ଉପରେ ରହିଛି ନଜର

NEWS7
Cyclone Update

ଭୁବନେଶ୍ବର ୧୦: ଗଭୀର ଅବପାତରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆନ୍ଧ୍ରପ୍ରଦେଶର କିଛି ଜିଲ୍ଲା ପାଇଁ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାକୁ ୨୮ ଓ ୨୯ ତାରିଖ ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ଟି ଜିଲ୍ଲାର ଜଳ ସମ୍ପଦ ବିଭାଗର ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି ।  ଏ ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ସୂଚନା ଦେଇଛନ୍ତି । IMD ଆକଳନ କରିଛି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ ଲଘୁଚାପ । ୨୮୨୯ ରାତିରେ ଲ୍ୟାଣ୍ଡଫଲ୍ କରି ମାଲକାନଗିରି ଜିଲ୍ଲା ଦେଇ ଯିବ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ପ୍ରଭାବିତ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା ବି ହେବ ବାତ୍ୟାର ସମ୍ଭାବ୍ୟ ସ୍ଥିତିକୁ ଦେଖି ଜଳଭଣ୍ଡାର ଉପରେ ନଜର ରଖାଯାଇଛି ଆବଶ୍ୟକ ସ୍ଥଳେ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେବ ଗଜପତି ଜିଲ୍ଲାର ହରଭଙ୍ଗୀ ଜଳଭଣ୍ଡାର ଓ ରାୟଗଡା ଜିଲ୍ଲାର ବଡ଼ନଳାର ଜଳଧାରଣକୁ ଖସାଇ ୯୦% କୁ ଅଣାଯାଇଛି ଆବଶ୍ୟକ ପଡିଲେ ଆହୁରି ଖାଲି ହେବ ପ୍ରଭାବିତ ଆଶଙ୍କା ଜିଲ୍ଲାରେ ସରକାରୀ ଅଧିକାରୀଙ୍କ ଛୁଟି ୩୦ ତାରିଖ ଯାଏଁ ବାତିଲ କରାଯାଇଛି ଜଳଭଣ୍ଡାର ସ୍ଥିତି ନେଇ ପୁଣି ସମୀକ୍ଷା ହେବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।