କୋରାପୁଟ ୨୪/୦୯: ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ପ୍ରସ୍ତୁତି । ୨୮ ତାରିଖ ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଦିଆଯାଇଥିବାରୁ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ପ୍ରବଳ ବର୍ଷା ସମ୍ଭାବନାର ମୁକାବିଲା କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ପ୍ରଶାସନ ପକ୍ଷରୁ ସମସ୍ତ ବ୍ଳକର ତହସିଲଦାର ଓ ବିଡ଼ିଓ ମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଥିବା ବେଳେ ଭୁସ୍ଖଳନ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯେକୌଣସି ପରିସ୍ଥିତି ମୁକାବିଲା ପାଇଁ  ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ମଧ୍ୟ ପ୍ରଶାସନିକ ପ୍ରସ୍ତୁତି ହୋଇଥିବା ବିଭାଗ ପକ୍ଷରୁ କୁହାଯାଇଛି ।

ପାହାଡିଆ ପାଖ ଅଞ୍ଚଳରେ କଚ୍ଚା ଘରେ ରହୁଥିବା ଲୋକମାନେ ପାଖରେ ଥିବା ଆଶ୍ରୟସ୍ଥଳୀରେ ରହିବା ପାଇଁ ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା କରାଯିବ। ଯେ କୌଣସି ପରିସ୍ଥିତିକୁ ସାମ୍ନା କରିବା ପାଇଁ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । କେହି ହେଡକ୍ୱାଟର ଛାଡି ଯାଇ ପାରିବେ ନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି ।