LIVE TV

ବିଜେଡି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ ପଟ୍ଟନାୟକ

NEWS7
Naveen Patnaik

ଭୁବନେଶ୍ବର ୨୧୧୦: ବିଜେଡି କର୍ମୀଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦା କଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ନବୀନ ଲେଖିଛନ୍ତି, ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରୁଛି । ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ । ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି । ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି । ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ।

ଉଲ୍ଲେଖଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟି ହୋଇଥିଲା । ଆକ୍ରମଣର ଶିକାର ହୋଇଥିବା ମହିଳା ପଟସରା ଗାଁର । ଉଭୟ ପକ୍ଷରୁ ଜଗତସିଂହପୁର ସଦର ଥାନାରେ ଏତଲା ହୋଇଛି । ସେ ବିଜେଡିର ଜଣେ ସକ୍ରିୟ କର୍ମୀ । ସେ ସୋସିଆଲ ମିଡିଆରେ ବିଜେଡିର ପୋଷ୍ଟ କରୁଥିବାରୁ ତାଙ୍କୁ ଆକ୍ରମଣ କରାଯାଇଥିବା ଆହତ ମହିଳା କହିଛନ୍ତି । ତାଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।