LIVE TV

ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ପ୍ରଭାତୀ ପରିଡ଼ା, କହିଲେ ଏଭଳି ଆଚରଣ ଅଶୋଭନୀୟ

NEWS7
pravati reaction

ଭୁବନେଶ୍ୱର ୧୩/୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁହଁ ଖୋଲିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ପ୍ରଭାତୀ । ସେ କହିଛନ୍ତି ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁଁହରୁ-"ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ । କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳା ରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି ।

ପୀଡିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତିକ ଅସମନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ । ଆଉ ଯଦି ଓଡ଼ିଆ ଝିଅ ପୀଡିତା ବୋଲି ଦରଦ ନାହିଁ ଓଡିଶା ସରକାରଙ୍କୁ ଲେଖି ଦିଅନ୍ତୁ । ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ। ଲଜ୍ଜାବୋଧ ନ ରହିବା ଅତ୍ୟନ୍ତ ନିନ୍ଦନୀୟ । ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅ ମାନେ ଆଶା କରିବେନି ତାହାହେଲେ କରିବେ କାହାଠାରୁ ? ‘ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ୍‌ ନୁହେଁ ।

 

‘ପଶ୍ଚିମବଙ୍ଗର ୪ କୋଟି ୯୦ ଲକ୍ଷ ମହିଳାଙ୍କୁ ଏହା ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି । ନ୍ୟାୟ ଦେବା ବଦଳରେ ଝିଅଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବା ନିନ୍ଦନୀୟ । ଯଦି ଓଡ଼ିଆ ଝିଅ ପୀଡ଼ିତା ବୋଲି ଦରଦ ନାହିଁ ଓଡ଼ିଶା ସରକାରଙ୍କୁ ଲେଖି ଦିଅନ୍ତୁ । ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ ବୋଲି ପ୍ରଭାତୀ କହିଛନ୍ତି । ମହିଳା ମୁଖ୍ୟମନ୍ତ୍ରୀଙ୍କ ଠାରୁ ଯଦି ସମବେଦନା, ସୁରକ୍ଷା, ଅଧିକାର । ଝିଅମାନେ ଆଶା କରିବେନି, ତାହେଲେ କରିବେ କାହାଠାରୁ ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି । 

ସୂଚନା ଥାଉକି, ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ  ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ‘ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ ସୁରକ୍ଷା ଦେବା ଦରକାର’ ବୋଲି ମମତା କହିଛନ୍ତି । ଏଭଳି ବୟାନକୁ ବିଭିନ୍ନ ମହଲ କଡ଼ା ସମାଲୋଚନା କରିଛନ୍ତି ।